100
ଧନ୍ୟବାଦାର୍ଥକ ଗୀତ। 
1 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର। 
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର। 
ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ! 
3 ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି। 
ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। 
ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ। 
4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ। 
ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। 
ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର। 
5 ସଦାପ୍ରଭୁ ଉତ୍ତମ ଅଟନ୍ତି। 
ତାଙ୍କର ପ୍ରେମ ଚିରକାଳସ୍ଥାୟୀ। 
ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା। 
