111
1 ସଦାପ୍ରଭୁଙ୍କର ପ୍ରଶଂସା କର। 
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ 
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 
2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି। 
ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି। 
3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି 
ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ। 
4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି। 
ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ। 
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି। 
ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି। 
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ 
ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ। 
7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ 
ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ। 
8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ। 
ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ। 
9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। 
ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା। 
ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର। 
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। 
ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି। 
ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ। 
