113
1 ସଦାପ୍ରଭୁଙ୍କର ପ୍ରଶଂସା କର! 
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। 
ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 
2 ଅଦ୍ୟାବଧି ଚିରକାଳ 
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ। 
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ 
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ। 
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ 
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ। 
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ। 
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ। 
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ 
ଦେଖିବାକୁ ତଳକୁ ଗ୍ଭହିଁଲେ। 
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। 
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି। 
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି। 
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି। 
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ । 
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି। 
ସଦାପ୍ରଭୁଙ୍କର ପ୍ରଶଂସା କର! 
