124
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ। 
1 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା? 
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ। 
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ। 
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ? 
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ 
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ। 
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ 
ଜଳରାଶି ପରି ମଗ୍ନ କରିଥା’ନ୍ତେ। 
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା। 
5 ଗର୍ଜୁଥିବା ଜଳରାଶି ଆମ୍ଭକୁ 
ବୁଡ଼ାଇ ଦେଇଥା’ନ୍ତା। 
6 ସଦାପ୍ରଭୁଙ୍କର ପ୍ରଶଂସା କର। 
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି। 
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି। 
ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ। 
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା, 
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ। 
