125
ଆରୋହଣ ଗୀତ। 
1 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ। 
ସେମାନେ କେବେ ମଧ୍ୟ ଥରିବେ ନାହିଁ। 
ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ। 
2 ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, 
ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି। 
ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ। 
3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ। 
ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ। 
4 ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। 
ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର। 
5 ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। 
ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। 
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। 
