127
ଶଲୋମନଙ୍କର ରଚିତ ଆରୋହଣ ଗୀତ। 
1 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, 
ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ। 
ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, 
ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ। 
2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ 
ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। 
କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ 
ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି। 
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। 
ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି। 
4 ଯୁବକର ପୁତ୍ରଗଣ 
ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ। 
5 ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ, 
ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। 
ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, 
ସେ ହେଉଛି ଭାଗ୍ୟବାନ୍। 
