129
ଏକ ଆରୋହଣ ସଙ୍ଗୀତ। 
1 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ। 
ଇସ୍ରାଏଲ, ଏହାକୁ ଆଉଥରେ କୁହ। 
2 ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି। 
କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ। 
3 ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି। 
ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା। 
4 କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ 
ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ। 
5 ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। 
ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ। 
6 ସେମାନେ ଗୃହର ଛାତ ଉପରିସ୍ଥ 
ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ। 
7 ଯେପରି କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ। 
ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। 
8 ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ, 
“ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ! 
କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।” 
