142
ଗୁମ୍ଫାରେ ଥିବା ବେଳେ ଦାଉଦଙ୍କର ମସ୍କୀଲ୍, ପ୍ରାର୍ଥନା। 
1 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକିବି। 
ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ। 
2 ମୁଁ ସଦାପ୍ରଭୁଙ୍କୁ ମୋର ସମସ୍ୟା ବିଷୟରେ କହିବି। 
ମୋର ଅସୁବିଧାସକଳ ବିଷୟରେ ସଦାପ୍ରଭୁଙ୍କୁ କହିବି। 
3 ଆଶା ଛାଡ଼ିଦେବା ପାଇଁ ମୁଁ ପ୍ରସ୍ତୁତ ଅଟେ। 
କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, 
ମୋର ଶତ୍ରୁଗଣ ମୋ’ ପାଇଁ ଫାନ୍ଦ ବସାଇଅଛନ୍ତି। 
4 ମୋର ଚତୁର୍ପାର୍ଶ୍ୱରେ 
କୌଣସି ବନ୍ଧୁଙ୍କୁ ପାଉ ନାହିଁ। 
ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ। 
କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ। 
5 ସଦାପ୍ରଭୁ, ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକେ: 
“ସଦାପ୍ରଭୁ ତୁମ୍ଭେ ମୋର ନିରାପଦର ସ୍ଥାନ। 
ତୁମ୍ଭେ ହେଉଛ ସବୁକିଛି ଯାହା ମୁଁ ଜୀବନରେ ଦରକାର କରେ।” 
6 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। 
ମୁଁ ବହୁତ ଦୁର୍ବଳ ଅଟେ। 
ସେହି ଲୋକମାନଙ୍କଠାରୁ ମୋତେ ରକ୍ଷା କର ଯେଉଁମାନେ ମୋ’ ପଛରେ ଗୋଡ଼ାଉଛନ୍ତି। 
ସେହି ଲୋକମାନେ ମୋ’ଠାରୁ ଅଧିକ ଶକ୍ତିଶାଳୀ। 
7 ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର। 
ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି। 
ଧାର୍ମିକମାନେ ମୋ’ ସହିତ ପାଳନ କରିବେ, 
କାରଣ ତୁମ୍ଭେ ମୋର ଯତ୍ନ ନେଲ। 
