23
ଦାଉଦଙ୍କର ଏକ ଗୀତ। 
1 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି, 
ମୋର କିଛି ଅଭାବ ହେବ ନାହିଁ। 
2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି। 
ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି। 
3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି। 
ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି। 
4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ। 
କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ। 
ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ। 
5 ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ। 
ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ। 
ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି। 
6 ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚାଦ୍ଗାମୀ ହେବ। 
ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି। 
