3
ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। 
1 “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି। 
ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି। 
2 ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। 
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” 
3 କିନ୍ତୁ ହେ ସଦାପ୍ରଭୁ, 
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ। 
ତୁମ୍ଭେ ମୋର ମହିମା। 
ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ। 
4 ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି 
ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। 
5 ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି, 
କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି। 
6 ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା 
ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ। 
7 ହେ ସଦାପ୍ରଭୁ, ତୁମ୍ଭେ ଉଠ! 
ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର। 
ତୁମ୍ଭେ ଅତି ବଳଶାଳୀ ଅଟ। 
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ, 
ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ। 
8 ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ। 
ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର। 
