41
ଦାଉଦଙ୍କର ଗୀତ। 
1 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। 
ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି। 
2 ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି। 
ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ। 
ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ। 
3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। 
ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି। 
4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। 
ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ!ମୋ’ ପ୍ରାଣକୁ ସୁସ୍ଥ କର।” 
5 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। 
ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।” 
6 ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ। 
ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି। 
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି, 
ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି। 
7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି। 
ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି। 
8 ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି 
ଓ ସେଥିପାଇଁ ବେମାର ଅଛି। 
ସେ ଆଉ ଭଲ ହେବ ନାହିଁ।” 
9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। 
କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି। 
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। 
ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି। 
11 ହେ ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ। 
ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ। 
12 ମୁଁ ନିରପରାଧ ଥିଲି। 
ତୁମ୍ଭେ ମୋତେ ସାହାଯ୍ୟ କରିଲ। 
ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ। 
13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର। 
ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ। 
ଆମେନ୍, ଆମେନ୍। 
