ଦ୍ୱିତୀୟ ଖଣ୍ଡ 
 42
(ଗୀତସଂହିତା 42-72) 
ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ। 
1 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ 
ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ। 
2 ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ। 
ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି? 
3 ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି। 
ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି? 
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?” 
ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ। 
4 ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ, 
ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। 
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ 
ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି। 
5 ହେ ମୋର ପ୍ରାଣ କାହିଁକି ମୁଁ ଏତେ ବ୍ୟାକୁଳ? 
“ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି। 
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। 
ସେ ମୋତେ ରକ୍ଷା କରିବେ। 
6 ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। 
ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।” 
7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ । 
ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ, 
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ। 
‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ। 
8 ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି। 
ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି। 
9 ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର। 
ମୁଁ କହେ, “ହେ ସଦାପ୍ରଭୁ କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ? 
କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?” 
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି, 
ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?” 
11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? 
କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? 
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। 
ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି 
ଓ ସେ ମୋତେ ଉଦ୍ଧାର କରିବେ। 
