51
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। 
1 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ 
ମୋ’ ପ୍ରତି ଦୟାକର। 
ତୁମ୍ଭର ମହାନ କରୁଣା ଅନୁସାରେ, 
ମୋର ସମସ୍ତ ପାପ କ୍ଷମା କର। 
2 ମୋ’ ସବୁ ପାପ ଧୋଇ ଦିଅ, 
ଏବଂ ପୁଣି ମୋତେ ପବିତ୍ର କର। 
3 ମୁଁ ଜାଣେ ମୁଁ ପାପ କରିଛି। 
ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି। 
4 ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି 
ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍। 
ତୁମ୍ଭେ ଠିକ୍ କୁହ, 
ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ। 
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି 
ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା। 
6 ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ, 
ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର। 
7 ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର। 
ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର। 
8 ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। 
ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ। 
9 ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। 
ମୋର ପାପ ସବୁ ପୋଛିଦିଅ। 
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର! 
ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ। 
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ! 
ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ। 
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା! 
ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର। 
ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି। 
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି 
ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ। 
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର। 
ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ! 
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି। 
15 ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ। 
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ। 
ତା’ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି। 
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି। 
ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ। 
18 ହେ ପରମେଶ୍ୱର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। 
ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର। 
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ। 
ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ। 
