61
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ। 
1 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ। 
ମୋର ପ୍ରାର୍ଥନାରେ ମନୋଯୋଗ କର। 
2 ମୁଁ ଯେତେବେଳେ ଭୟଭୀତ ହୁଏ, 
ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। 
ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା 
ନିରାପଦ ସ୍ଥାନକୁ ନେଇଯାଅ। 
3 ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ! 
ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ। 
4 ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ। 
ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି। 
5 ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି। 
ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ। 
6 ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର। 
ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ। 
7 ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। 
ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର। 
8 ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି 
ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି। 
