65
ପ୍ରଧାନ ବାଦ୍ୟକର ନିମନ୍ତେ, ଦାଉଦଙ୍କର ଏକ ପ୍ରଶଂସାର ଗୀତ। 
1 ହେ ସିୟୋନର ପରମେଶ୍ୱର, ତୁମ୍ଭେ ପ୍ରଶଂସିତ ହେବାର ହକ୍ଦାର। 
ଆମ୍ଭେମାନେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ। 
2 ଯିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, 
ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ। 
3 ଯେତେବେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ୟଧିକ ହୁଏ ଓ ସହି ହୁଏ ନାହିଁ, 
ସେତେବେଳେ ତୁମ୍ଭେ ହିଁ ଏକ ଯିଏ ଆମ୍ଭର ପାପକୁ କ୍ଷମା କରିବ। 
4 କେତେ ଭାଗ୍ୟବାନ୍ ସେମାନେ, 
ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ 
ରଖିବା ପାଇଁ ମନୋନୀତ କର। 
ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ। 
5 ହେ ପରମେଶ୍ୱର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, 
ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟ ମାଧ୍ୟମରେ ଉତ୍ତର ଦିଅ 
ଓ ଯାହା ଯଥାର୍ଥ ତାହା କର। 
ସମଗ୍ର ବିଶ୍ୱର ଲୋକମାନେ ତୁମ୍ଭଠାରେ ବିଶ୍ୱାସ ରଖନ୍ତି। 
6 ପରମେଶ୍ୱର, ତୁମ୍ଭେ ମହାଶକ୍ତିର ସହ ପର୍ବତ ତିଆରି କରିଅଛ। 
ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ। 
7 ପରମେଶ୍ୱର “ଅଶାନ୍ତ ସମୁଦ୍ରକୁ” ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। 
ଏପରିକି ଆମ୍ଭ ଚତୁର୍ପାର୍ଶ୍ୱର ଭୟଙ୍କର ଦେଶଗୁଡ଼ିକୁ। 
8 ଯେଉଁସବୁ ଅଦ୍ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି। 
ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ। 
ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ। 
9 ତୁମ୍ଭେ ପୃଥିବୀର ଯତ୍ନ ନିଅ। 
ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। 
ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। 
ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ। 
10 ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ। 
ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ। 
ତୁମ୍ଭେ ପୃଥିବୀର ମାଟିକୁ ନରମ କର। 
ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ। 
11 ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ। 
ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ। 
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର। 
13 ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି। 
ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି। 
ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି। 
