75
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ। 
1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। 
ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ; 
ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି। 
2 ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ, 
ମୁଁ ନିରପେକ୍ଷଭାବେ ବିଗ୍ଭର କରିବି। 
3 ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି, 
କିନ୍ତୁ ମୁଁ ତାକୁ ସ୍ଥିର କରିବି। 
4-5 “କିଛି ଲୋକ ବହୁତ ଗର୍ବୀ, 
ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ। 
ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି। 
କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।”’ 
6 କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ 
ପୃଥିବୀର କୌଣସି ଶକ୍ତି ନାହିଁ। 
7 ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି 
ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ। 
ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି। 
8 ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, 
ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। 
ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ 
ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ। 
9 ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି। 
ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି। 
10 ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି 
ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।” 
