82
ଆସଫର ଗୀତ। 
1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। 
ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି। 
2 ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ? 
ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?” 
3 “ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। 
ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର। 
4 ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର। 
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର। 
5 “ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ 
କିଅବା ବୁଝନ୍ତି ନାହିଁ। 
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। 
ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।” 
6 ମୁଁ (ପରମେଶ୍ୱର) କହିଲି, 
“ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ। 
7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ। 
ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।” 
8 ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର! 
ସମସ୍ତ ଜାତିଗଣ ତୁମ୍ଭର ଅଟେ। 
