93
ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।