99
1 ସଦାପ୍ରଭୁଙ୍କ ଆଗରେ ଗାନ କର। 
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି। 
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ 
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ। 
2 ସଦାପ୍ରଭୁ ସିୟୋନରେ ମହାନ 
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି। 
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା 
ଓ ଭୟ କରନ୍ତୁ, 
ଏହା ପବିତ୍ର ଅଟେ। 
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି। 
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ। 
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ। 
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର। 
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି। 
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। 
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। 
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ 
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ। 
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ, 
ସେମାନେ ତାଙ୍କର ଆଦେଶ ମାନିଲେ 
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ। 
8 ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ। 
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର 
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ। 
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର। 
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। 
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି। 
